bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 49
Jeremiah 49
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 48
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 50 →
1
ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
2
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।
3
ହେ ହିଷ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
4
ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
5
ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
6
ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
7
ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
8
ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।
9
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
10
ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
11
ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।
12
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।
13
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
14
ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।
15
କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।
16
ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
17
ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବେ।
18
ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
19
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
20
ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
21
ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
22
ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
23
ଦମ୍ମେଶକର ବିଷୟ। “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
24
ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
25
ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?
26
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
27
ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
28
“ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
29
ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
30
ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
31
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
32
ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।
33
ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”
34
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
35
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
36
ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
37
ପୁଣି, ଆମ୍ଭେ ଏଲମ୍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
38
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।
39
ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”
← Chapter 48
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 50 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52