bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Job 1
Job 1
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 2 →
1
ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
2
ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ।
3
ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
4
ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।
5
ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।
6
ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
7
ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
8
ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?”
9
ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଆୟୁବ କʼଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି?
10
ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।
11
ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”
12
ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।
13
ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
14
ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;
15
ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
16
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
17
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
18
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
19
ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
20
ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
21
ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
22
ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42