bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
John 19
John 19
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 20 →
1
ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।
2
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;
3
ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।
4
ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ।
5
ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
6
ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।
7
ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି
8
ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;
9
ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।
10
ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?
11
ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”
12
ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।
13
ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି “ପ୍ରସ୍ତରମଣ୍ଡପ” ଯାହାକୁ ଏବ୍ରୀ ଭାଷାରେ “ଗବ୍ବଥା” ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ।
14
ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!
15
ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
16
ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।
17
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
18
ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।
19
ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।
20
ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା।
21
ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।
22
ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ।
23
ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା।
24
ତେଣୁ ସେମାନେ ପରସ୍ପର କହିଲେ, ଏହାକୁ ଚିରିବା ନାହିଁ, କିନ୍ତୁ ଏହା କାହାର ହେବ, ସେଥିପାଇଁ ଗୁଲିବାଣ୍ଟ କରିବା, ଯେପରି ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହୁଏ, “ସେମାନେ ଆପଣା ଆପଣା ମଧ୍ୟରେ ମୋହର ବସ୍ତ୍ର ଭାଗ କଲେ, ପୁଣି, ମୋହର ଅଙ୍ଗରଖା ନିମନ୍ତେ ଗୁଲିବାଣ୍ଟ କଲେ।” ତେଣୁ ସୈନ୍ୟମାନେ ଏହାସବୁ କଲେ।
25
କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ।
26
ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”
27
ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।
28
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”
29
ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ଏଜୋବ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ।
30
ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।
31
ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।
32
ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।
33
ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,
34
କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
35
ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।
36
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।
37
ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
38
ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।
39
ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।
40
ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ।
41
ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା।
42
ଅତଏବ, ଯିହୁଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21