bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
John 4
John 4
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 5 →
1
ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି
2
(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
3
ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ।
4
କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା।
5
ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
6
ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।
7
ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”
8
କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ।
9
ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।
10
ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”
11
ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
12
ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?
13
ଯୀଶୁ ତାହାକୁ ଉତ୍ତର ଦେଲେ, “ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;
14
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”
15
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ।
16
ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ।”
17
ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋହର ସ୍ୱାମୀ ନାହିଁ। ଯୀଶୁ ତାହାଙ୍କୁ କହିଲେ, “ମୋହର ସ୍ୱାମୀ ନାହିଁ, ଏହା ତ ଠିକ୍ କହିଲ;
18
କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ।”
19
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି।
20
ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।
21
ଯୀଶୁ ତାହାକୁ କହିଲେ, “ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।
22
ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ।
23
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।
24
ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।”
25
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
26
ଯୀଶୁ ତାହାକୁ କହିଲେ, “ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ।”
27
ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।
28
ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
29
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?
30
ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ।
31
ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ।
32
କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।”
33
ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?
34
ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।
35
ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି।
36
ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।
37
କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ।
38
ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।”
39
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।
40
ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।
41
ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।
42
ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।
43
ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ।
44
କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।
45
ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ।
46
ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।
47
ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା।
48
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”
49
ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।
50
ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ।
51
ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।
52
ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।
53
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ “ତୁମ୍ଭର ପୁତ୍ର ବଞ୍ଚିଲାଣି” ବୋଲି ତାହାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାହାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ।
54
ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21