bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
John 6
John 6
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 7 →
1
ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ହ୍ରଦର ଆରପାରିକୁ ଗଲେ।
2
ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍ଗମନ କରିବାକୁ ଲାଗିଲେ।
3
ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।
4
ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।
5
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”
6
କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।
7
ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।
8
ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
9
ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?
10
ଯୀଶୁ କହିଲେ, “ଲୋକମାନଙ୍କୁ ବସାଅ।” ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।
11
ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।
12
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।”
13
ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।
14
ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
15
ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।
16
ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ
17
ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
18
ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା।
19
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ।
20
କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।”
21
ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା।
22
ସେ ସ୍ଥାନରେ ଗୋଟିଏ ସାନ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ।
23
ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24
ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।
25
ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?
26
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
27
କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ବର ମୁଦ୍ରାଙ୍କିତ କଲେ।”
28
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
29
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।”
30
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?
31
ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।
32
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
33
କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”
34
ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।
35
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
36
କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
37
ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
38
କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
39
ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
40
କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
41
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
42
ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?
43
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।
44
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
45
ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।
46
କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।
47
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
48
ମୁଁ ଜୀବନଦାୟକ ଆହାର।
49
ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।
50
କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।
51
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”
52
ଏଥିରେ ଯିହୁଦୀମାନେ ପରସ୍ପର ବାଗ୍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?
53
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
54
ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
55
କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
56
ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।
57
ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ।
58
ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”
59
ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।
60
ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
61
କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
62
ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ?
63
ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।
64
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।
65
ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”
66
ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ।
67
ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, “ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?”
68
ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
69
ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
70
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”
71
ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21