bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Joshua 22
Joshua 22
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
1
ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,
2
“ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;
3
ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ।
4
ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।
5
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
6
ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।
7
ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,
8
“ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”
9
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।
10
ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।
11
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।
12
ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।
13
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍କୁ
14
ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।
15
ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
16
“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?
17
ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
18
ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।
19
ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।
20
ସେରହର ପୁତ୍ର ଆଖନ୍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”
21
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,
22
“ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
23
ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;
24
ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।
25
କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;
26
ଏହେତୁ ଆମ୍ଭେମାନେ କହିଲୁ, ‘ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ,
27
ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’
28
ଆହୁରି ଆମ୍ଭେମାନେ କହିଲୁ, ‘ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।’
29
ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”
30
ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।
31
ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍ ରୁବେନ୍-ସନ୍ତାନଗଣକୁ ଓ ଗାଦ୍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”
32
ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।
33
ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।
34
ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24