bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Judges 1
Judges 1
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 2 →
1
ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”
2
ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
3
ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, “ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା।” ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।
4
ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
5
ପୁଣି ସେମାନେ ବେଷକରେ ଅଦୋନୀବେଷକ୍ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
6
ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
7
ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
8
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
9
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
10
ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ ଥିଲା।
11
ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା।
12
ପୁଣି କାଲେବ କହିଲେ, “ଯେକେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍ଷାର ବିବାହ ଦେବି।”
13
ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।
14
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
15
ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
16
ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
17
ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
18
ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
19
ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
20
ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
21
ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
22
ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
23
ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
24
ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”
25
ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
26
ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
27
ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
28
ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।
29
ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।
30
ସବୂଲୂନ କିଟ୍ରୋଣ ଓ ନହଲୋଲ୍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।
31
ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍ ଓ ଅକଷୀବ୍ କି ହିଲବା କି ଅଫିକ୍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।
32
ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।
33
ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।
34
ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।
35
ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍ରେ ଓ ଶାଲବୀମ୍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।
36
ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21