bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Judges 16
Judges 16
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 17 →
1
ଏଥିଉତ୍ତାରେ ଶାମ୍ଶୋନ୍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।
2
ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
3
ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
4
ଏଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।
5
ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
6
ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”
7
ତହିଁରେ ଶାମ୍ଶୋନ୍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”
8
ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
9
ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
10
ଏଥିଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”
11
ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।”
12
ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
13
ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
14
ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
15
ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”
16
ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।
17
ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
18
ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
19
ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
20
ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
21
ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।
22
ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
23
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
24
ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
25
ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
26
ତହୁଁ ଶାମ୍ଶୋନ୍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”
27
ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ।
28
ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”
29
ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
30
ପୁଣି ଶାମ୍ଶୋନ୍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
31
ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21