bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Judges 17
Judges 17
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 18 →
1
ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।
2
ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”
3
ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, “ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”
4
ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
5
ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।
6
ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।
7
ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।
8
ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।
9
ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।”
10
ତହିଁରେ ମୀଖା ତାହାକୁ କହିଲା, “ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି।” ତହିଁରେ ସେ ଲେବୀୟ ଲୋକ ଗଲା।
11
ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।
12
ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।
13
ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21