bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Judges 21
Judges 21
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
1
ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।”
2
ତେଣୁ ଲୋକମାନେ ବେଥେଲ୍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।
3
ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”
4
ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
5
ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।
6
ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।
7
ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।”
8
ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।
9
କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।
10
ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।
11
ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”
12
ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।
13
ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
14
ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।
15
ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।
16
ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”
17
ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।
18
ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”
19
ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍ର ଉତ୍ତର ଦିଗରେ, ବେଥେଲ୍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”
20
ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;
21
ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ।
22
ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”
23
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।
24
ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।
25
ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21