bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Leviticus 14
Leviticus 14
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 15 →
1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
3
ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘାʼ ସୁସ୍ଥ ହୋଇଥାଏ,
4
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
5
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
6
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
7
ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
8
ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
9
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
10
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।
11
ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
12
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।
13
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।
14
ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
15
ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
16
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
17
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
18
ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।
19
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।
20
ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।
21
ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
22
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
23
ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।
24
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।
25
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;
26
ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;
27
ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
28
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।
29
ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
30
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
31
ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
32
ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”
33
ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
34
“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
35
ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ‘ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;’
36
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରେ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।
37
ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
38
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ୱାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ବନ୍ଦ କରି ରଖିବ।
39
ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,
40
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
41
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ।
42
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।
43
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
44
ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।
45
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।
46
ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।
47
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।
48
ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।
49
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
50
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;
51
ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।
52
ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।
53
ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।”
54
କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;
55
ପୁଣି, ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠରୋଗ;
56
ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,
57
ଏହିସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27