bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Leviticus 19
Leviticus 19
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 20 →
1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
3
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
4
ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5
ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
6
ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।
7
ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।
8
ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
9
ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
10
ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
11
ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
12
ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
13
ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
14
ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
15
ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
16
ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।
17
ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
18
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
19
ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
20
ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ।
21
ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ।
22
ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।
23
ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।
24
ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।
25
ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
26
ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
27
ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
28
ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
29
ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।
30
ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
31
ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
32
ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
33
ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।
34
ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
35
ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।
36
ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
37
ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27