bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Leviticus 27
Leviticus 27
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।
3
ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।
4
ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ।
5
ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।
6
ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।
7
ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।
8
ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।
9
ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ।
10
ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।
11
ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।
12
ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।
13
ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
14
ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ।
15
ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
16
ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।
17
ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।
18
ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।
19
ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
20
ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।
21
ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।
22
ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
23
ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହି ଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।
24
ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ ବର୍ଷରେ ତାହାକୁ ଫେରାଇ ଦିଆଯିବ।
25
ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।
26
ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।
27
ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।
28
ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
29
ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।
30
ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
31
ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
32
ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
33
ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”
34
ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27