bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Leviticus 7
Leviticus 7
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 8 →
1
“ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର।
2
ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।
3
ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା
4
ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।
5
ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।
6
ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।
7
ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।
8
ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
9
ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।
10
ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
11
“ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
12
କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।
13
ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।
14
ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।
15
ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
16
ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
17
ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
18
ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।
19
ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।
20
ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
21
ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
22
ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ
23
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।
24
ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।
25
କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
26
ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।
27
ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
28
ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,
29
“ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
30
ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
31
ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
32
ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
33
ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।
34
ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।
35
ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
36
ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”
37
ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।
38
ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27