bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 11
Luke 11
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 12 →
1
ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।
2
ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
3
ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
4
ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”
5
ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,
6
କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’
7
ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’
8
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ।
9
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ।
10
କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
11
ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?
12
କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ?
13
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
14
ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।
15
କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ।
16
ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।
17
କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ।
18
ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।
19
କିନ୍ତୁ ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
20
କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
21
ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;
22
କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।
23
ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।”
24
“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ‘ମୋହର ସେହି ଘରକୁ ଫେରିଯିବି;’
25
ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ।
26
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”
27
ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।
28
ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
29
ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
30
କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ।
31
ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
32
ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
33
“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
34
ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ।
35
ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ।
36
ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।”
37
ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
38
କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।
39
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
40
ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?
41
ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
42
କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।
43
ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।
44
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।”
45
ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।
46
ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।
47
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।
48
ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ।
49
ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
50
ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
51
ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
52
ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”
53
ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି
54
ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24