bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 13
Luke 13
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 14 →
1
ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।
2
ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, “ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
3
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
4
କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
5
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”
6
ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
7
ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?
8
ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9
ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”
10
ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।
11
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
12
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”
13
ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
14
କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
15
କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?
16
ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”
17
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
18
ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?
19
ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”
20
ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି?
21
ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”
22
ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।
23
ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,
24
“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
25
ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’
26
ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
27
ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।
28
ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
29
ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।
30
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”
31
ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
32
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’
33
ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”
34
“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
35
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24