bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 14
Luke 14
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
1
ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।
2
ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ।
3
ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”
4
ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।
5
ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”
6
ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।
7
ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,
8
“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,
9
ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।
10
କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ।
11
କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
12
ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
13
କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
14
ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”
15
ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।
16
କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
17
ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’
18
କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’
19
ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।
20
ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’
21
ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’
22
ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି।
23
ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’
24
ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”
25
ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,
26
“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
27
ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
28
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
29
କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,
30
ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।
31
କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
32
ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।
33
ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”
34
“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
35
ତାହା ଭୂମି କିମ୍ବା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି। ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24