bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 20
Luke 20
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
1
ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
2
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?
3
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,
4
ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?”
5
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
6
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।
7
ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ।
8
ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
9
ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।
10
ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।
11
ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
12
ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।
13
ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।
14
ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ।
15
ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?
16
ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”
17
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’
18
ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।”
19
ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
20
ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
21
ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
22
କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?
23
କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।
24
ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।
25
ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।
26
ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।
27
ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
28
ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
29
ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
30
ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
31
ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ।
32
ଶେଷରେ ସ୍ତ୍ରୀଟି ମଧ୍ୟ ମଲା।
33
ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
34
ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
35
କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
36
ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।
37
ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି।
38
ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”
39
ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ।
40
କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।
41
କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
42
କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
43
ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
44
ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
45
ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
46
“ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
47
ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24