bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 23
Luke 23
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
1
ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।
2
ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।
3
ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
4
ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।
5
କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।
6
କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?
7
ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧୀନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମ ସହରରେ ଥିଲେ।
8
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।
9
ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।
10
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।
11
ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
12
ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।
13
ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14
ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।
15
ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16
ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17
[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]
18
ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।
19
ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।
20
ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।
21
କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।
22
ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।
23
ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।
24
ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25
କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।
26
ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।
27
ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍ଗମନ କରୁଥିଲେ।
28
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
29
କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।
30
ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’
31
କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?”
32
ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ।
33
ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
34
ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
35
ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
36
ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37
ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।
38
ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”
39
ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।
40
କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?
41
ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।
42
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
43
ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।”
44
ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
45
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।
46
ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।
47
ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
48
ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।
49
କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।
50
ଆଉ ଦେଖ, ଯିହୂଦିୟା ପ୍ରଦେଶରେ ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ଯିହୁଦୀମାନଙ୍କର ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
51
ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।
52
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
53
ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।
54
ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା
55
ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
56
ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24