bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 24
Luke 24
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
1
ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।
2
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
3
କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
4
ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5
ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?
6
ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
7
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।
8
ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9
ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।
10
ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।
11
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
12
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
13
ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14
ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।
15
ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16
କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।
17
ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।
18
ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?
19
ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
20
ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।
21
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।
22
ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
23
ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି।
24
ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।
25
ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
26
ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”
27
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
28
ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।
29
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
30
ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
31
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
32
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
33
ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
34
ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।
35
ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।
36
କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”
37
ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।
38
ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
39
ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।”
40
[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।]
41
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”
42
ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ।
43
ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ।
44
ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”
45
ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
46
ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
47
ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
48
ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ
49
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”
50
ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।
51
ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।
52
ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ,
53
ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24