bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 4
Luke 4
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
1
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।
2
ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।
3
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।
4
ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”
5
ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।
6
ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।
7
ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।
8
ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”
9
ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
10
କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
11
ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
12
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”
13
ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।
14
ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।
15
ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
16
ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।
17
ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
18
“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
19
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”
20
ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।
21
ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”
22
ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
23
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”
24
ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।
25
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
26
ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।
27
ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”
28
ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
29
ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
30
କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।
31
ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
32
ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା।
33
ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା,
34
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି।
35
ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।
36
ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।
37
ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।
38
ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
39
ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
40
ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
41
ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।
42
ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ।
43
କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।”
44
ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24