bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 8
Luke 8
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 9 →
1
ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
2
ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,
3
ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
4
ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,
5
“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।
6
ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।
7
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।
8
ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।”
9
ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।
10
ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”
11
“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,
12
ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
13
ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
14
ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
15
ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”
16
“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
17
କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।
18
ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
19
ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
20
ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।
21
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
22
ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।
23
କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
24
ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।
25
ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
26
ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
27
ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
28
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
29
କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।
30
ଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ।
31
ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ।
32
ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ।
33
ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।
34
ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ।
35
ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
36
ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।
37
ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।
38
କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;
39
ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, “ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ବର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହିସବୁ ବର୍ଣ୍ଣନା କର।” ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା।
40
ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ।
41
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
42
କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
43
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,
44
ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
45
ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି।
46
କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।”
47
ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା।
48
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।”
49
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।
50
କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”
51
ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।
52
ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।”
53
କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
54
ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”
55
ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ।
56
ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24