bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Luke 9
Luke 9
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
1
ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
2
ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
3
ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।
4
ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।
5
ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”
6
ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।
7
ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
8
ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ।
9
କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।
10
ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ଚାଲିଗଲେ।
11
କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।
12
ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ।
13
କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
14
କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”
15
ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ।
16
ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।
17
ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
18
ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”
19
ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।
20
ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”
21
ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,
22
“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”
23
ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
24
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
25
ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
26
ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
27
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”
28
ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।
29
ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।
30
ଆଉ ଦେଖ, ମୋଶା ଓ ଏଲୀୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
31
ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମ ସହରରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ।
32
ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ।
33
ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
34
ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ।
35
ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।
36
ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ।
37
ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ।
38
ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋʼ ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;
39
ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।
40
ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
41
ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”
42
ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।
43
ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,
44
“ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।”
45
କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
46
ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।
47
କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
48
“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”
49
ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।
50
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।”
51
ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
52
ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
53
କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
54
ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
55
କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।
56
ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।
57
ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
58
ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
59
ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
60
ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”
61
ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।
62
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24