bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Mark 2
Mark 2
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 3 →
1
କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।
2
ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
3
ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,
4
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ।
5
ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।”
6
କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,
7
ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
8
ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?
9
କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?
10
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ,
11
“ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”
12
ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।
13
ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
14
ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
15
ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ।
16
ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!
17
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
18
ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
19
ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରିପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରିପାରନ୍ତି ନାହିଁ।
20
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ।
21
କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ।
22
ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
23
ଥରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ।
24
ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,
25
ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
26
ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”
27
ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ।
28
ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।”
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16