bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Mark 3
Mark 3
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
1
ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।
2
ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।
3
ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।”
4
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।
5
ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
6
ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
7
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,
8
ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।
9
ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
10
କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
11
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।
12
ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
13
ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
14
ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
15
ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ।
16
ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
17
ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
18
ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,
19
ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
20
ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।
21
ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
22
ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।
23
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
24
ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।
25
ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ।
26
ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି।
27
ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।
28
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
29
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।
30
ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ।”
31
ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।
32
ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି।
33
ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?”
34
ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ।
35
ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16