bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Mark 7
Mark 7
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
1
ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।
2
ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ।
3
ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ।
4
ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି।
5
ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି?
6
ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
7
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’
8
ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।”
9
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!
10
କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
11
କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି,
12
ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
13
ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”
14
ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ।
15
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।
16
[ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।]”
17
ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ।
18
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,
19
କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ଶୌଚ ଦ୍ୱାରା ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?”
20
ଆଉ ସେ କହିଲେ, “ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ।
21
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,
22
ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;
23
ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”
24
ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।
25
ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।
26
ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା।
27
ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
28
କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି।
29
ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।”
30
ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।
31
ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।
32
ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
33
ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,
34
ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍ପଥଃ,” ଅର୍ଥାତ୍ “ଫିଟିଯା।”
35
ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।
36
ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।
37
ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16