bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Matthew 12
Matthew 12
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 13 →
1
ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।
2
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।
3
ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
4
ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।
5
କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
6
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।
7
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ।
8
କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
9
ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ।
10
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
11
କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
12
ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।
13
ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
14
କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।
15
ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
16
ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,
17
ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
18
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।
19
ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ।
20
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।
21
ଆଉ, ତାହାଙ୍କ ନାମରେ ଅଣଯିହୁଦୀମାନେ ଭରସା ରଖିବେ।
22
ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
23
ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି?
24
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
25
କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।
26
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
27
ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
28
କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
29
ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।
30
ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।
31
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
32
ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”
33
“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।
34
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
35
ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
36
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
37
ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”
38
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।
39
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
40
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
41
ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
42
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
43
“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।
44
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।
45
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”
46
ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
47
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି।
48
କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ, “ମୋହର ମାଆ କିଏ? ଆଉ, ମୋହର ଭାଇମାନେ କିଏ?”
49
ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ,
50
କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28