bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Matthew 20
Matthew 20
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 21 →
1
“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
2
ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।
3
ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
4
‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।
5
ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।
6
ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
7
ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’
8
ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’
9
ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।
10
ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ।
11
କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
12
‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’
13
କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?
14
ତୋର ଯାହା, ତାହା ନେଇ ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋʼ ପରି ଦେବା ପାଇଁ ମୋହର ଇଚ୍ଛା।
15
ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’
16
ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”
17
ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
18
“ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,
19
ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”
20
ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ।
21
ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
22
କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”
23
ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
24
ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
25
କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
26
ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
27
ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,
28
ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”
29
ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।
30
ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
31
ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
32
ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
33
ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ।
34
ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28