bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Matthew 21
Matthew 21
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 22 →
1
ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।
2
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।
3
ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”
4
ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
5
ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
6
ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,
7
ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।
8
ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।
9
ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
10
ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।
11
ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।
12
ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
13
ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”
14
ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।
15
କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
16
ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”
17
ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।
18
ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
19
ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।
20
ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?
21
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।
22
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”
23
ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
24
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି।
25
ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
26
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।
27
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
28
“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”
29
ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।
30
ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’
31
ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
32
କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”
33
“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
34
ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
35
କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।
36
ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।
37
‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ।
38
ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’
39
ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ।
40
ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?”
41
ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
42
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’
43
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
44
ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”
45
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ।
46
ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28