bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Matthew 23
Matthew 23
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 24 →
1
ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
2
“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।
3
ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।
4
ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।
5
ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
6
ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
7
ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।
8
କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
9
ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।
10
ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।
11
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ।
12
ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”
13
“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
14
[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]
15
ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ।
16
ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
17
ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?
18
ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
19
ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?
20
ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
21
ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;
22
ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।
23
ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।
24
ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।
25
ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
26
ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।
27
ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
28
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”
29
“ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,
30
ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।
31
ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
32
ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।
33
ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?
34
ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
35
ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
36
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”
37
“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
38
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।
39
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28