bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Matthew 5
Matthew 5
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 6 →
1
ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।
2
ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
3
“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
4
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
5
ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
6
ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
7
ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।
8
ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।
9
ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
10
ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
11
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
12
ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
13
ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
14
ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
15
କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।
16
ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
17
ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।
18
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
19
ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
20
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
21
ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’
22
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।
23
ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,
24
ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।
25
ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।
26
ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
27
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’
28
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
29
ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
30
ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
31
ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’
32
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।
33
ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’
34
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ;
35
କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
36
ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।
37
କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।
38
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’
39
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।
40
ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।
41
ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।
42
ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।
43
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’
44
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
45
ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
46
ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
47
ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
48
ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28