bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Micah 7
Micah 7
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
1
ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।
2
ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
3
ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
4
ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
5
ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
6
କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
7
ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
8
ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।
9
ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
10
ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
11
ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
12
ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
13
ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
14
ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
15
ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
16
ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।
17
ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
18
ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
19
ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
20
ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
All chapters:
1
2
3
4
5
6
7