bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Nehemiah 10
Nehemiah 10
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 11 →
1
ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ;
2
ସରାୟ, ଅସରୀୟ, ଯିରିମୀୟ;
3
ପଶ୍ହୂର, ଅମରୀୟ, ମଲ୍କୀୟ;
4
ହଟୂଶ୍, ଶବନୀୟ, ମଲ୍ଲୂକ;
5
ହାରୀମ୍, ମରେମୋତ୍, ଓବଦୀୟ;
6
ଦାନିୟେଲ, ଗିନ୍ନଥୋନ, ବାରୂକ;
7
ମଶୁଲ୍ଲମ୍, ଅବୀୟ, ମିୟାମୀନ୍।
8
ମାସିୟ, ବିଲ୍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ।
9
ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍ମୀୟେଲ।
10
ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍;
11
ମୀକା, ରହୋବ, ହଶବୀୟ;
12
ସକ୍କୁର, ଶେରେବୀୟ, ଶବନୀୟ;
13
ହୋଦୀୟ, ବାନି, ବନୀନୁ।
14
ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ, ପହତ୍-ମୋୟାବ, ଏଲମ୍; ସତ୍ତୂ, ବାନି;
15
ବୁନ୍ନି, ଅସ୍ଗଦ, ବେବୟ;
16
ଅଦୋନୀୟ, ବିଗ୍ବୟ, ଆଦୀନ;
17
ଆଟେର, ହିଜକୀୟ, ଅସୂର;
18
ହୋଦୀୟ, ହଶୂମ, ବେତ୍ସୟ,
19
ହାରୀଫ, ଅନାଥୋତ୍, ନୋବୟ;
20
ମଗ୍ପୀୟସ୍, ମଶୁଲ୍ଲମ୍, ହେଷୀର;
21
ମଶେଷବେଲ୍, ସାଦୋକ, ଯଦ୍ଦୁୟ;
22
ପ୍ଲଟୀୟ, ହାନନ୍, ଅନାୟ;
23
ହୋଶେୟ, ହନାନୀୟ, ହଶୂବ;
24
ହଲୋହେଶ, ପିଲହ, ଶୋବେକ;
25
ରହୂମ୍, ହଶବ୍ନା, ମାସେୟ,
26
ପୁଣି, ଅହୀୟ, ହାନନ୍, ଅନାନ୍;
27
ମଲ୍ଲୂକ, ହାରୀମ୍, ବାନା।
28
ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;
29
ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
30
ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”
31
ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।
32
ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
33
ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
34
ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
35
ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
36
ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
37
ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
38
ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।
39
କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 11 →
All chapters:
1
2
3
4
5
6
7
8
9
10
11
12
13