bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Nehemiah 11
Nehemiah 11
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 12 →
1
ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।
2
ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।
3
ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।
4
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;
5
ଆଉ, ବାରୂକର ପୁତ୍ର ମାସେୟ, ସେହି ବାରୂକ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।
6
ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀରପୁରୁଷ ଯିରୂଶାଲମରେ ବାସ କଲେ।
7
ବିନ୍ୟାମୀନ୍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟେଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।
8
ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।
9
ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।
10
ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବ୍ର ପୁତ୍ର ଯିଦୟୀୟ, ଯାଖୀନ୍,
11
ହିଲ୍କୀୟର ପୁତ୍ର ସରାୟ, ସେହି ହିଲ୍କୀୟ ମଶୁଲ୍ଲମ୍ର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ ମରାୟୋତ୍ର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।
12
ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍କୀୟର ପୁତ୍ର,
13
ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍ର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍ର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର,
14
ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମ୍ର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।
15
ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍ର ପୁତ୍ର ଶମୟୀୟ, ସେହି ହଶୂବ୍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;
16
ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍ ପରମେଶ୍ୱରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;
17
ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ।
18
ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ।
19
ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।
20
ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।
21
ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।
22
ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।
23
କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।
24
ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।
25
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ;
26
ଆଉ ଯେଶୂୟରେ, ମୋଲାଦାରେ ଓ ବେଥ୍-ପେଲଟରେ;
27
ଆଉ ହତ୍ସର-ଶୁୟାଲ୍ରେ, ବେର୍ଶେବା ଓ ତହିଁର ଉପନଗରରେ;
28
ଆଉ ସିକ୍ଲଗ୍ରେ, ମକୋନା ଓ ତହିଁର ଉପନଗରରେ;
29
ଆଉ ଐନ୍-ରିମ୍ମୋଣରେ, ସରାୟରେ ଓ ଯର୍ମୂତରେ;
30
ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।
31
ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍ମସ୍ ଓ ଅୟାରେ, ବେଥେଲ୍ ଓ ତହିଁର ଉପନଗରରେ;
32
ଅନାଥୋତ୍, ନୋବ ଓ ଅନନୀୟାରେ;
33
ହାସୋର, ରାମା, ଗିତ୍ତୟିମରେ;
34
ହାଦୀଦ୍, ସବୋୟିମ, ନବଲ୍ଲାଟରେ;
35
ଲୋଦ୍ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ।
36
ଆଉ, ଯିହୁଦା ସମ୍ପର୍କୀୟ ନାନା ପାଳିଭୁକ୍ତ କେତେକ ଲେବୀୟ ଲୋକ ବିନ୍ୟାମୀନ୍ ସହିତ ସଂଯୁକ୍ତ ହେଲେ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 12 →
All chapters:
1
2
3
4
5
6
7
8
9
10
11
12
13