bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Nehemiah 7
Nehemiah 7
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
1
ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।
2
ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
3
ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”
4
ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
5
ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
6
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
7
ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
8
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
9
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
10
ଆରହର ସନ୍ତାନ ଛଅ ଶହ ବାବନ ଜଣ।
11
ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।
12
ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
13
ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
14
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
15
ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।
16
ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।
17
ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ।
18
ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।
19
ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।
20
ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।
21
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
22
ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ।
23
ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ।
24
ହାରୀଫର ସନ୍ତାନ ଏକ ଶହ ବାର ଜଣ।
25
ଗିବୀୟୋନ୍ର ସନ୍ତାନ ପଞ୍ଚାନବେ ଜଣ।
26
ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।
27
ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ।
28
ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ।
29
କିରୀୟଥ୍-ଯିୟାରୀମ୍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ।
30
ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ।
31
ମିକ୍ମସର ଲୋକ ଏକ ଶହ ବାଇଶ ଜଣ।
32
ବେଥେଲ୍ ଓ ଅୟର ଲୋକ ଏକ ଶହ ତେଇଶ ଜଣ।
33
ଅନ୍ୟ ନବୋର ଲୋକ ବାବନ ଜଣ।
34
ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
35
ହାରୀମ୍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
36
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
37
ଲୋଦ୍, ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।
38
ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ।
39
ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
40
ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
41
ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
42
ହାରୀମ୍ର ସନ୍ତାନ ଏକ ହଜାର ସତର ଜଣ।
43
ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
44
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।
45
ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।
46
ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
47
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
48
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ;
49
ହାନନ୍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;
50
ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;
51
ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;
52
ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
53
ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
54
ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
55
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
56
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
57
ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;
58
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
59
ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନ୍ର ସନ୍ତାନଗଣ।
60
ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।
61
ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦୋନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
62
ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।
63
ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
64
ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।
65
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।
66
ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।
67
ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।
68
ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
69
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।
70
ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।
71
ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।
72
ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।
73
ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
All chapters:
1
2
3
4
5
6
7
8
9
10
11
12
13