bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Numbers 25
Numbers 25
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 26 →
1
ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
2
ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
3
ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
4
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
5
ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
6
ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
7
ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
8
ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
9
ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
10
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11
“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
12
ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
13
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”
14
ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
15
ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
16
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
17
“ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
18
କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
Recommended Reading
Commentary
Numbers Commentaries
→
Devotional
Numbers Devotional Guide
→
Get This Bible
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT) Study Bible
→