bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Numbers 26
Numbers 26
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 27 →
1
ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2
“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
3
ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4
“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5
ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;
6
ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
7
ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
8
ପଲ୍ଲୁର ସନ୍ତାନ ଇଲୀୟାବ୍।
9
ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10
ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ।
11
ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12
ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍ଠାରୁ ଯାମୀନୀୟ ବଂଶ; ଯାଖୀନ୍ଠାରୁ ଯାଖୀନୀୟ ବଂଶ;
13
ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14
ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15
ଆପଣା ଆପଣା ବଂଶାନୁସାରେ ଗାଦ୍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16
ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17
ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18
ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19
ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ।
20
ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21
ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22
ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23
ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24
ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25
ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26
ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27
ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28
ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29
ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30
ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31
ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32
ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33
ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
34
ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36
ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37
ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39
ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40
ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍ଠାରୁ ନାମାନୀୟ ବଂଶ।
41
ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42
ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ।
43
ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44
ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍ବିଠାରୁ ଯିଶ୍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
45
ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍କୀୟେଲଠାରୁ ମଲ୍କୀୟେଲୀୟ ବଂଶ।
46
ଆଶେରର କନ୍ୟାର ନାମ ସେରହ।
47
ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
48
ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
49
ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।
50
ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
51
ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
52
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
53
“ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
54
ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।
55
ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
56
ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
57
ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
58
ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।
59
ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
60
ହାରୋଣଠାରୁ ନାଦବ୍ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।
61
ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।
62
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
63
ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।
64
ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।
65
କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36