bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Proverbs 19
Proverbs 19
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 20 →
1
ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।
2
ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
3
ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
4
ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
5
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
6
ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
7
ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
8
ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
9
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
10
ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
11
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
12
ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
13
ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
14
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15
ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
16
ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18
ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
19
ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20
ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21
ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
22
ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
23
ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
24
ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
25
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
26
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
27
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
28
ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
29
ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31