bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Proverbs 8
Proverbs 8
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 9 →
1
ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ?
2
ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
3
ସେ ନଗର-ଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4
“ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
5
ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
6
ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
7
ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ।
8
ମୋʼ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ବା କୁଟିଳ କିଛି ନାହିଁ।
9
ଯେ ତାହା ବୁଝେ, ତାହା ପ୍ରତି ସେହି ସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
10
ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
11
ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
12
ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।
14
ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋʼ ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼ ଠାରେ ବଳ ଅଛି।
15
ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
16
ମୋʼ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
17
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
18
ମୋʼ ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
19
ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
20
ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21
ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
22
ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23
ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24
ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25
ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26
ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
27
ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28
ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29
ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
30
ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
31
ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
32
ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
33
ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
34
ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
35
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
36
ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31