bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Revelation 11
Revelation 11
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 12 →
1
ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ବରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ।
2
କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।
3
ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
4
ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।
5
କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।
6
ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।
7
ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।
8
ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।
9
ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ।
10
ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
11
ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।
12
ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।
13
ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।
14
ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।
15
ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”
16
ସେଥିରେ ଈଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ବରଙ୍କୁ ପ୍ରଣାମ କରି କହିଲେ,
17
“ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
18
ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”
19
ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22