bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Revelation 17
Revelation 17
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 18 →
1
ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
2
ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।
3
ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।
4
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
5
ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।
6
ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
7
ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ତତ୍ତ୍ୱ ବୁଝାଇଦେବି।
8
ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।
9
ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
10
ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।
11
ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।
12
ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।
13
ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।
14
ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
15
ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
16
ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
17
କାରଣ ଈଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ସେମାନଙ୍କ ମନରେ ସୂଚାଇ ଦେଲେ।
18
ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22