bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Revelation 18
Revelation 18
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 19 →
1
ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।
2
ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।
3
କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”
4
ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;
5
କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।
6
ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।
7
ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।
8
ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”
9
ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;
10
ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”
11
“ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟ-ଦ୍ରବ୍ୟ ଆଉ କ୍ରୟ କରିବ ନାହିଁ,
12
ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,
13
ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।
14
ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।
15
ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,
16
‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର, ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।
17
କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’” ଆଉ ପ୍ରତ୍ୟେକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟେକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,
18
ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?
19
ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, “‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ୱାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ, ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ୱଂସ ହୋଇଗଲା।
20
ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”
21
ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।
22
ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,
23
ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
24
ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22