bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Revelation 4
Revelation 4
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 5 →
1
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”
2
ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;
3
ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ।
4
ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
5
ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।
6
ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।
7
ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।
8
ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”
9
ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
10
ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
11
“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22