bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Romans 16
Romans 16
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
1
କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,
2
ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି।
3
“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
4
ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
5
ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।
6
ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ।
7
ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।
8
ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।
9
ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।
10
ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।
11
ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।
12
ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।
13
ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ।
14
ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ।
15
ଫିଲଲଗ ଓ ଯୂଲିଅ, ନୀରୂସ୍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।
16
ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”
17
ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
18
କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
19
ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।
20
ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
21
ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
22
ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।
23
ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
24
[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।]
25
ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,
26
ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
27
ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
All chapters:
1
2
3
4
5
6
7
8
9
10
11
12
13
14
15
16