bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Song of Solomon 1
Song of Solomon 1
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 2 →
1
ଶଲୋମନଙ୍କର ପରମ ଗୀତ।
2
ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
3
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
4
ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
5
ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
6
ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।
7
ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?
8
ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
9
ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
10
ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
11
ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।
12
ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।
13
ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି।
14
ମୋʼ ପ୍ରିୟତମ ମୋʼ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
15
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
16
ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍ବର୍ଣ୍ଣ ଅଟେ।
17
ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 2 →
All chapters:
1
2
3
4
5
6
7
8