bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Titus 2
Titus 2
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
1
କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
2
ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,
3
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4
ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5
ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।
6
ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
7
ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
8
ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।
9
ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10
ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।
11
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12
ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,
13
ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।
14
ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
15
ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
All chapters:
1
2
3
Recommended Reading
Commentary
Titus Commentaries
→
Devotional
Titus Devotional Guide
→
Get This Bible
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT) Study Bible
→