bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Zechariah 3
Zechariah 3
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 4 →
1
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
2
ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”
3
ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
4
ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।”
5
ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।
6
ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,
7
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।
8
ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
9
କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
10
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 4 →
All chapters:
1
2
3
4
5
6
7
8
9
10
11
12
13
14