bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 12
1 Chronicles 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 13 →
1
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେସମୟରେ ଏହି ଲୋକମାନେ ସିକ୍ଳଗ୍କୁ ତାଙ୍କ କତିକି ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ ।
2
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ ।
3
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍ ଓ ପେଲଟ୍ ଓ ଅନାଥୋତୀୟ ବରାଖା ଓ ଯେହୂ;
4
ପୁଣି ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ୍ ଓ ଯୋହାନନ୍ ଓ ଗଦେରାଥୀୟ ଯୋଷାବଦ୍;
5
ଇଲିୟଷୟ ଓ ଯିରେମୋତ୍ ଓ ବାଲୀୟା ଓ ଶମରୀୟ ଓ ହରୂଫୀୟ ଶଫ୍ଟୀୟ;
6
କୋରହୀୟ ଇଲ୍କାନା ଓ ଯିଶୀୟ ଓ ଅସରେଲ୍ ଓ ଯୋୟେଷର୍ ଓ ଯାଶ୍ବୀୟାମ୍;
7
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ ।
8
ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ ।
9
ପ୍ରଥମ ଏସର୍, ଦ୍ଵିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,
10
ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
11
ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍;
12
ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍;
13
ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ ।
14
ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା ।
15
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକାସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ ।
16
ଆହୁରି ବିନ୍ୟାମୀନ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ ।
17
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯେବେ ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ କତିକି ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯେବେ ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ଵର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ ।
18
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ଵର ତୁମ୍ଭର ସାହାଯ୍ୟ କରନ୍ତି । ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ ।
19
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶୀୟ-ମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ ।
20
ଦାଉଦ ସିକ୍ଳଗ୍କୁ ଯିବା ବେଳେ ମନଃଶି ସମ୍ଵନ୍ଧୀୟ ଅଦ୍ନହ ଓ ଯୋଷାବଦ୍ ଓ ଯିଦୀୟେଲ ଓ ମୀଖାୟେଲ ଓ ଯୋଷାବଦ୍ ଓ ଇଲିହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ ।
21
ଆଉ ସେମାନେ ଲୁଟକାରୀ ଦଳ ପ୍ରତିକୂଳରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ ।
22
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ଵରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା ।
23
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ କତିକି ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି ।
24
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ ।
25
ଶିମୀୟୋନ୍-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ ।
26
ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ ।
27
ପୁଣି ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ ।
28
ଆଉ ସାଦୋକ୍ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ ।
29
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ଵୀକାର କଲେ ।
30
ଇଫ୍ରୟିମ୍-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ ।
31
ପୁଣି ମନଃଶିର ଅର୍ଦ୍ଧବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ଆସିବାକୁ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ ।
32
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ ।
33
ସବୂଲୂନ୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ଵିମନା ନ ଥିଲେ ।
34
ପୁଣି ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ ।
35
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ ।
36
ଆଶେର୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ ।
37
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ ଓ ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ।
38
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ ।
39
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ ।
40
ଆହୁରି ଇଷାଖର ଓ ସବୂଲୂନ୍ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ ଓ ଉଷ୍ଟ୍ର ଓ ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମିରିଚକ୍ତି ଓ ଦ୍ରାକ୍ଷାପେଣ୍ତା ଓ ଦ୍ରାକ୍ଷାରସ ଓ ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29