bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 13
1 Chronicles 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 14 →
1
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ ।
2
ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, ଯେବେ ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯେବେ ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମିବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ ।
3
ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ଵେଷଣ କରିନାହୁଁ।
4
ତହିଁରେ ସମଗ୍ର ସମାଜ ସେପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା ।
5
ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ ।
6
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ ।
7
ପୁଣି ସେମାନେ ଗୋଟିଏ ନୂତନ ଶକଟରେ ପରମେଶ୍ଵରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବହି ଆଣିଲେ; ଆଉ ଉଷ ଓ ଅହୀୟୋ ଶକଟ ଚଳାଇଲେ ।
8
ପୁଣି ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ଵରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ ।
9
ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା ।
10
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା ।
11
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି ।
12
ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି?
13
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା କତିକି ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ ।
14
ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କଲେ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29