bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 14
1 Chronicles 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 15 →
1
ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା ।
2
ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା ।
3
ପୁଣି ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ ।
4
ଯିରୂଶାଲମରେ ତାଙ୍କର ଯେ ଯେ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୁୟ, ଶୋବବ, ନାଥନ, ଶଲୋମନ
5
ଓ ଯିଭର, ଇଲୀଶୂୟ, ଇଲ୍ପେଲଟ୍
6
ଓ ନୋଗହ, ନେଫଗ, ଯାଫୀୟ
7
ଓ ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍ ।
8
ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ ।
9
ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ ।
10
ଏଥିରେ ଦାଉଦ ପରମେଶ୍ଵରଙ୍କୁ ପଚାରି କହିଲେ, ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠି ଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା ।
11
ତହୁଁ ସେମାନେ ବାଲ୍-ପରାସୀମ୍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, ପରମେଶ୍ଵର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ଵାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି । ଏହେତୁ ସେମାନେ ସେହି ସ୍ଥାନର ନାମ ବାଲ୍-ପରାସୀମ୍ ରଖିଲେ ।
12
ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି ଦାଉଦ ଆଜ୍ଞା କରନ୍ତେ, ସେସବୁ ଅଗ୍ନିରେ ଦଗ୍ଧ କରାଗଲା ।
13
ଅନନ୍ତର ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ ।
14
ତହିଁରେ ଦାଉଦ ପରମେଶ୍ଵରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ସେମାନଙ୍କ ପଶ୍ଚାତ୍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର ।
15
ପୁଣି ତୁମ୍ଭେ ତୂତବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ଵର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ ।
16
ତହିଁରେ ପରମେଶ୍ଵର ଯେପରି ଆଜ୍ଞା କଲେ, ଦାଉଦ ସେପରି କଲେ; ପୁଣି ସେମାନେ ଗିବୀୟୋନ୍ଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ ।
17
ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29